www.samajalive.in
Sunday, December 14, 2025
14.1 C
Bhubaneswar

ସାମସନଙ୍କ ଶତକ, ପ୍ରଥମ ଟି-୨୦ରେ ଭାରତର ବଡ଼ ବିଜୟ

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ବଡ଼ ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକା ଭ୍ରମଣରେ ଯାଇଥିବା ଭାରତୀୟ ଦଳ ଘରୋଇ ଦଳକୁ ୬୧ ରନରେ ପରାସ୍ତ କରିଛି। ଏହି ବିଜୟରେ ସଞ୍ଜୁ ସାମସନ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।

ଟି-୨୦ ବିଶ୍ବକପ ଚାମ୍ପିଅନ ଭାରତ ଓ ରନର୍ସଅପ ଦକ୍ଷିଣ ଆଫ୍ରିକା ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଡର୍ବାନରେ ଅନୁଷ୍ଠିତ ହୋଇଥିଲା। ଭାରତ ପ୍ରଥମେ ବ୍ୟାଟି କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୨୦୨ ରନ ସଂଗ୍ରହ କରିଥିଲା। ସଞ୍ଜୁ ସାମସନ ୫୦ ବଲରେ ୧୦୭ ରନ କରି ଦଳ ପାଇଁ ବଡ଼ ସ୍କୋର କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ।

- Advertisement -

୨୦୩ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ଦଳ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା। କୌଣସି ଖେଳାଳି ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଫଳରେ ୧୭.୫ ଓଭରରେ ସମସ୍ତ ଉଇକେଟ୍‌ ହରାଇ ୧୪୧ ରନ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ଓ ରବି ବିଷ୍ଣୋଇ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିବାବେଳେ ଆଭେଶ ଖାନ ୨ଟି ଉଇକେଟ ହାସଲ କରିଥିଲେ। ଆସନ୍ତା ରବିବାର ୧୦ ତାରିଖରେ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ ଖେଳାଯିବ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories