www.samajalive.in
Thursday, December 11, 2025
23.1 C
Bhubaneswar

ଆଖଣ୍ଡଳମଣିଙ୍କ ଭାଗବତ ସପ୍ତାହ ଆରମ୍ଭ

ଆରଡି: ଆରଡି ପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରଚଳିତ ବିରଜା ପଞିକା ଅନୁଯାୟୀ ଶନିବାର ପବିତ୍ର ଅଳାଁ ନବମୀ ଅବସରରେ ଭାଗବତ ସପ୍ତାହ ନୀତି ଆରମ୍ଭ ହୋଇଛି। ଏହି ଅବସରରେ ୭ଦିନ ଧରି ମଣିବାବା ପଞ୍ଚାନନ ବେଶରେ ଦର୍ଶନ ଦେବେ ଶ୍ରଦ୍ଧାଳୁଭକ୍ତଙ୍କୁ। ଏଥିପାଇଁ ପ୍ରତିଦିନ  ଭୋର ୪ଟାରେ  ମନ୍ଦିର ଦ୍ବାରଫିଟା ନୀତି ସହ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ କାର୍ତ୍ତିକବ୍ରତ ନିମନ୍ତେ ମଣିବାବାଙ୍କୁ ନବବସ୍ତ୍ର, ଚନ୍ଦନ, ବେଲ୍ବପତ୍ର ଆଦି ଲାଗି କରାଯାଇ ଦିଗମ୍ବର ବେଶରେ ପଞ୍ଚୁକ ବାଲ୍ଯଭୋଗ ଲାଗି କରାଯିବ। ଏଥିସହ ଭୋର ୫ଟାରୁ ରାତି ୧୦ଟା ଯାଏଁ ଶ୍ରଦ୍ଧାଳୁଭକ୍ତମାନଙ୍କ ପାଇଁ ସାହଣମେଲା କରାଯିବା ସହ ପୂଜାର୍ଚ୍ଚନା କରାଯାଉଛି। ମଧ୍ଯାହ୍ନ ୧ଟାରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇ ବଡ ଅନ୍ନନୀତି ଭୋଗ ଲାଗି କରାଯିବ। ସେହିପରି ଅପରାହ୍ଣରେ ବଡସିଂହାର ବେଶ ସହ ସଂଧ୍ଯାରେ ଶୋଡଷ ଉପଚାର ନୀତି କରାଯିବ। ପରେ ମନ୍ଦିର ପ୍ରାଙ୍ଗଣରେ ଭାଗବତ ସପ୍ତାହ ନିମନ୍ତେ ଘଟ ଉତୋଳନ, ଦ୍ବାରପାଳ ପୂଜା, ପଞ୍ଚଉପଚାର ସହ ଭାଗବତ ପଠନ ଓ ଯଜ୍ଞ ଅନୁଷ୍ଠିତ ହେବ। ଆସନ୍ତା ରାହାସ ପୂର୍ଣ୍ଣିମାରେ ବାବା ହରଗୌରୀ ବେଶରେ ଦର୍ଶନ ଦେବେ। ଏଥିପାଇଁ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories