www.samajalive.in
Sunday, December 14, 2025
26.1 C
Bhubaneswar

ହାଇୱା ପଛରେ ପିଟି ବାଇକ ଚାଳକ ଗୁରୁତର 

ଲାଞ୍ଜିଗଡ:ଲାଞ୍ଜିଗଡ ଟାଙ୍ଗନକଣା ଗାଁରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତାକଡରେ ଛିଡା ହୋଇଥିବା ଏକ ହାଇଓ୍ବା ପଛରେ ପିଟି ହୋଇଯାଇଛି। ଫଳରେ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୁରୁତର ବାଇକ ଆରୋହୀ ଦୀଲିପ ମାଝୀ ବୋଲି ଜଣାପଡିଛି। ଦୀଲିପ୍ ଭବାନୀପାଟଣାରୁ ନିଜ ଗାଁ ଟାଙ୍ଗନକଣାକୁ ଫେରୁଥିବାବେଳେ ଏଭଳି ଅଘଟଣ ଘଟିଚି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories