www.samajalive.in
Monday, December 15, 2025
16.1 C
Bhubaneswar

ମଧ୍ୟାହ୍ନଭୋଜନ ବନ୍ଦ ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଫୁଲବାଣୀ: ଫୁଲବାଣୀ ପୌରାଞ୍ଚଳ ଅନ୍ତର୍ଗତ ସାଇନପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪ ଦିନ ଧରି ମଧ୍ୟାହ୍ନ ଭୋଜନ ବନ୍ଦ ରହିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ପ୍ରଧାନ ଶିକ୍ଷୟିତ୍ରୀ ମମତା ମଞ୍ଜରୀ ବେହେରାଙ୍କୁ ନିଲମ୍ବିତ କରିଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ। ସୂଚନାଯୋଗ୍ୟ, ଏହି ବିଦ୍ୟାଳୟରେ ପ୍ରାୟ ୧୦ ଦିନ ତଳୁ ମଧ୍ୟାହ୍ନ ଭୋଜନ ଚାଉଳ ସରିଯାଇଥିଲା। ପ୍ରଧାନ ଶିକ୍ଷୟିତ୍ରୀ କିଛି ଦିନ ନିକଟ ଅଙ୍ଗନବାଡି କେନ୍ଦ୍ରରୁ ଚାଉଳ ଧାର ଆଣି କାମ ଚଳାଇଥିଲେ। ପରେ ଚାରି ଦିନ ମଧ୍ୟାହ୍ନ ଭୋଜନ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଅଭିଭାବକମାନେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଥିଲା। ଦାୟିତ୍ୱରେ ଅବହେଳା ଯୋଗୁ ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଥିବା ପ୍ରକାଶ କରିଛନ୍ତି ସିଆରସିସି ରବୀନ୍ଦ୍ର ଦିଗାଲ। ଅପରପକ୍ଷରେ ଏ ନେଇ ଉପରିସ୍ଥ ଅଧିକାରୀଙ୍କୁ ପୂର୍ବରୁ  ଅବଗତ କରାଇଥିବା ପ୍ରଧାନ ଶିକ୍ଷୟିତ୍ରୀ କହିଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories