www.samajalive.in
Saturday, December 13, 2025
26.1 C
Bhubaneswar

କାର୍ତ୍ତିକ ମାସର ଶେଷ ସୋମବାର: ବାବା ଧବଳେଶ୍ଵରଙ୍କ ପୀଠରେ ପ୍ରବଳ ଭିଡ

କଟକ : ଆଜି କାର୍ତ୍ତିକ ମାସର ଶେଷ ସୋମବାର। ଏଥିଲାଗି ସକାଳୁ ସକାଳୁ ଆଠଗଡର ବାବା ଧବଳେଶ୍ଵରଙ୍କ ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଭକ୍ତମାନେ ଲମ୍ବା ଧାଡିରେ ଯାଇ ବାବାଙ୍କ ଆଶିଷ ନେଉଛନ୍ତି । ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।  ପଞ୍ଚୁକ ୪ ଦିନରେ ଭିନ୍ନ ଭିନ୍ନ ବେଶରେ ବାବା ଧବଳେଶ୍ଵର ଦର୍ଶନ ଦେବେ । ଆଜି ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯିବା ପରେ ମଙ୍ଗଳଆଳତୀ, ମଇଲମ୍‌‌, ବାଳଭୋଗ ଆଦି ନୀତିକାନ୍ତି ସମ୍ପନ୍ନ ହୋଇଛି। କାର୍ତ୍ତିକ ସୋମବାରରେ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଏଥିପାଇଁ କାର୍ତ୍ତିକ ମାସ ସାରା ଓଡିଶାର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କ ସୁଅ ଛୁଟେ। ସେହିପରି ନୟାଗଡ଼ ଜିଲାର ଲଡୁବାବାଙ୍କ ପୀଠରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶରଣକୂଳରେ ମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories