www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାରରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଝାଡଖଣ୍ଡରେ ନିର୍ବାଚନ ପ୍ରଚାର ସରଗରମ ହୋଇପଡିଛି। ଝାଡଖଣ୍ଡରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବା ପାଇଁ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଗସ୍ତରେ ଯିବେ। ସେଠାରେ ସେ ଏକାଧିକ ନିର୍ବାଚନ ସଭାରେ ଉଦ୍‌ବୋଧନ ଦେବା ସହିତ ରୋଡ-ଶୋ କରିବାର କାର୍ଯ୍ୟକ୍ରମ ରହିଛି। ଝାଡଖଣ୍ଡ ନିର୍ବାଚନ ପ୍ରଚାର ପାଇଁ ବିଜେପିର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଥିଲା। ସେଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଝାଡଖଣ୍ଡ‌ରେ ଦୁଇଦିନ ଧରି ପ୍ରଚାର ଚଳାଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଓ ଏକାଧିକ ବିଜେପି ନେତା ନିର୍ବାଚନ ପ୍ରଚାର ପାଇଁ ଝାଡଖଣ୍ଡରେ ଡେରା ପକାଇଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories