www.samajalive.in
Monday, December 8, 2025
24.1 C
Bhubaneswar

ଚାଉଳ ଦେବାକୁ ଡାକି ମହିଳାଙ୍କୁ ଦୁଷ୍କର୍ମ, ଯୋଗାଣ ସହାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ଚାଉଳ ଦେବାକୁ ଡାକି ଜଣେ ବିଧବା ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ପୁଲିସ ଅଭିଯୁକ୍ତ ଯୋଗାଣ ସହାୟକ ଗିରୀଶ ଚନ୍ଦ୍ର ସାହୁଙ୍କୁ ଗିରଫ କରିଛି। ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତ ତଥା ଯୋଗାଣ ସହାୟକଙ୍କ ସହଯୋଗୀ ଏବେ ବି ଫେରାର ରହିଛି।

ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ବୁଦୁଲା ଅଞ୍ଚଳରେ ଏହି ଦୁଷ୍କର୍ମ ଘଟଣା ଘଟିଥିଲା। ବୁଦୁଲା ଯୋଗାଣ ସହାୟକ ଏବଂ ସହଯୋଗୀ ପୀଡ଼ିତାଙ୍କୁ ଚାଉଳ ଦେବାକୁ ଡକାଇଥିଲେ। ପୀଡ଼ିତା ପହଞ୍ଚିବା ପରେ ସେମାନେ ତାଙ୍କ ଦୁଷ୍କର୍ମ କରିଥିଲେ। ଦୁଷ୍କର୍ମର ଭିଡିଓ ସେମାନେ ମୋବାଇଲରେ କଏଦ କରିଥିଲେ। ପରବର୍ତ୍ତୀ ସମୟରେ ଅଭିଯୁକ୍ତମାନେ ଭିଡିଓକୁ ଭାଇରାଲ କରିଦେଇଥିଲେ। ଏ ସମ୍ପର୍କରେ ପୀଡ଼ିତା ଥାନାରେ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଥିଲା। ଅଭିଯୁକ୍ତ ଦ୍ଵୟ ଫେରାର ଥିବାରୁ ସେମାନଙ୍କୁ ଧରିବା ଲାଗି ପୁଲିସ ସ୍ଵତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା।

- Advertisement -

ଘଟଣା ବିଷୟରେ ମୁଖ୍ୟ ଯୋଗାଣ ଅଧିକାରୀ ଖବର ପାଇବା ପରେ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଯୋଗାଣ ନିରୀକ୍ଷକଙ୍କୁ ନିର୍ଦେଶ ଦେଇଥିଲେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories