www.samajalive.in
Saturday, December 13, 2025
15.1 C
Bhubaneswar

କୋଠାଘର ବିଦ୍ୟାଳୟରେ ପୋଷାକ ବିତରଣ

ପାଟଣା : ଚଳିତ ଶିକ୍ଷା ବର୍ଷ ୨୦୨୪-୨୫ ର ପୋଷାକ ବଣ୍ଟନ କାର୍ଯ୍ୟକ୍ରମ କୋଠାଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କ୍ଷେତ୍ରବାସୀ ମହାନ୍ତଙ୍କ ସଭାପତିତ୍ବରେ ଓ  ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ମିଲନ କୁମାର ମହାନ୍ତଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟରେ ପଢ଼ୁଥିବା ୬୩ ଜଣ ବାଳକ ଓ ୪୭ ଜଣ ବାଳିକା ମୋଟ ୧୧୦ ଜଣ ଛାତ୍ରଛାତ୍ରୀଙ୍କୁ ପଲାଣଘାଟି ଏସଏସଜି ତରଫରୁ ପୋଷାକ ବିତରଣ କରାଯାଇଛି। କାର୍ଯ୍ୟକ୍ରମରେ ଡୁମୁରିଆ ସିଆରସିସି ଯୁଧିଷ୍ଠିର ମହାନ୍ତ ଯୋଗଦାନ ଦେଇଥିଲେ। କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟତ୍ରୀ ସନ୍ଧ୍ୟାରାଣୀ ନାଏକ, ମଧୁସ୍ମିତା ମଲ୍ଲିକ ଓ ସମସ୍ତ ପରିଚାଳନା ସମିତିର ସଦସ୍ୟ ଉପସ୍ଥିତ ରହି ପୋଷାକ ବଣ୍ଟନ କରିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories