www.samajalive.in
Sunday, December 7, 2025
26.1 C
Bhubaneswar

କଟକ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର, ୧୩୭ଗୋଟି ଅଭିଯୋଗ ଫଇସଲା

କଳାପଥର (ବାଙ୍କୀ):ବାଙ୍କୀ ବ୍ଲକରେ କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ଏକ ଜନଅଭିଯୋଗ ଶୁଣାଣି କରି ୧୩୭ଗୋଟି ଅଭିଯୋଗର ଫଇସଲା କରିଥିଲେ । ସରକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ କରାଯିବା ଓ ଜନସାଧାରଣଙ୍କ ସହଯୋଗରେ ପ୍ରଶାସନର କାର୍ଯ୍ୟକୁ ଅଧିକ ଲୋକାଭିମୁଖୀ କରିବା, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କାର୍ଯ୍ୟକାରୀତା ସଂପର୍କରେ ଜନସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଏଥିରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସଂପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ ।
ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ୱ , ଫୌଜଦାରୀ, ସ୍ୱାସ୍ଥ୍ୟ, ଶିକ୍ଷାପ୍ରଭୃତି ବିଭିନ୍ନ ସମସ୍ୟା ସଂପର୍କିତ ମୋଟ୍ ୧୩୭ଟି ଅଭିଯୋଗର ଜନଶୁଣାଣି କରି କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶୁଣାଣି ଶିବରରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂହ, ଅତିରିକ୍ତ ଜିଲାପାଳ ଶିବଟପୋ, ମୁଖ୍ୟଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଟକ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସ୍ୱାସ୍ଥ୍ୟଅଧିକାରୀ ଡକ୍ଟର ପ୍ରଶନ୍ତ କୁମାର ହୋତା, ଜିଲ୍ଲା ମୁଖ୍ୟକୃଷି ଅଧିକାରୀ ଅଶୋକ କୁମାର କର , ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସୁନାମିକା ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ମଧୁସ୍ମିତା ମହାପାତ୍ର, ଜିଲ୍ଲା ମୁଖ୍ୟ ପ୍ରାଣୀ ଅଧିକାରୀ ଡକ୍ଟର ବିଭୂରଞ୍ଜନ ଦାଶ, ବାଙ୍କୀ ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି, ବିଡିଓ ଅଂଶୁମାନ ଦାଶ, ବାଙ୍କୀ ଓ ଡମପଡ଼ା ତହସିଲଦାର ଅଶେଷ କୁମାର ନାୟକ ଓ ସୂଚୀସ୍ମିତା ଦାଶ, ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ କାଳୀଚରଣ ତ୍ରିପାଠୀଙ୍କ ସମେତ ଜିଲ୍ଲା ଉପଖଣ୍ଡ ଓ ବ୍ଲକର ସମସ୍ତ କର୍ମଚାରୀମାନେ ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories