www.samajalive.in
Tuesday, December 9, 2025
17.1 C
Bhubaneswar

ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରିକେଟ ପ୍ରତିଯୋଗିତା

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ସ୍ତରୀୟ ତ୍ରିଦିବସୀୟ ସତର ବର୍ଷରୁ କମ କ୍ରିକେଟ ପ୍ରତିଯୋଗିତା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚଟୁଅନକାଙ୍କ ମିଳିତ ସହଯୋଗରେ ସ୍ଥାନୀୟ ଖେଳ ପଡିଆରେ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ତୁରେକେଲା ବ୍ଳକ ଭାରପ୍ରାପ୍ତ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଣ୍ଟାବାଞ୍ଜି ତହସିଲଦାର ଅଞ୍ଜଳି ମାଝୀ, ମୁଖ୍ୟ ଅତିଥି, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର, ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି, ଅନୀତା ତ୍ରିପାଠୀ, ଦିଲ୍ଲୀପ ଧରୁଆ ମଞ୍ଚାସୀନ ଥିଲେ।ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ। ପୂଜାର୍ଚ୍ଚନା ପରେ ଚଟୁଅନକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱ।ଗତ ସଙ୍ଗୀତ ଓ ଦଳଗତ ନୃତ୍ୟ ପରିବେଷଣ କରିଥିଲେ।

ଅପରାହ୍ଣରେ କଣ୍ଟାବାଞ୍ଜି ନଗରପାଳ ବରିୟାମ ସିଂ ସାଲୁଜା ଅତିଥି ଭାବରେ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଥମ ଦିବସରେ ଆଗଲପୁର ବ୍ଳକ ଓ ଖପ୍ରାଖୋଲ ବ୍ଳକ ମଧ୍ୟରେ ହୋଇଥିବା ମ୍ୟାଚରେ ଖପ୍ରାଖୋଲ ଦଳ ବିଜୟୀ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚ ତୁରେକେଲା ବ୍ଲକ ଓ ମୁରିବାହାଲ ବ୍ଳକ ମଧ୍ୟରୁ ମୁରିବାହାଲ ବ୍ଳକ ବିଜୟୀ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories