www.samajalive.in
Sunday, December 7, 2025
14.1 C
Bhubaneswar

ରିମୁଳି ମହାବିଦ୍ୟାଳୟରେ ରକ୍ତଦାନ ଶିବିର

କେନ୍ଦୁଝରଗଡ଼: ରିମୁଳି ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ଓ ଜାତୀୟ ସେବା ଯୋଜନା ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ କର୍ଣ୍ଣେଶ୍ୱର ବୈଦ୍ୟ ଏହି ଶିବିରକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ରକ୍ତଦାତାଙ୍କୁ ଏଭଳି ମହତ୍‌‌ କାର୍ଯ୍ୟ ପାଇଁ ଆଗେଇ ଆସିଥିବାରୁ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏନ୍‌‌ଏସ୍‌‌ଏସ୍‌‌ ଅଧିକାରୀ ମଞ୍ଜିତ ଲୁଗୁନ, ସାଗରିକା ନାଏକ, ଯୁବ ରେଡ଼କ୍ରସ ଉପଦେଷ୍ଟା ରାଜେଶ ଦୀପଙ୍କ ସହିତ ଜାତୀୟ ସେବା ଯୋଜନା, ଯୁବ ରେଡ଼କ୍ରସ ଓ ରେଡ ରିବନ କ୍ଲବର ସ୍ୱେଚ୍ଛାସେବୀମାନେ ଶିବିର ଆୟୋଜନ ଓ ପରିଚାଳନା କରିଥିଲେ। ଚମ୍ପୁଆ ଉପଖଣ୍ଡ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଡାକ୍ତର ଜ୍ୟୋତି ମଲ୍ଲିକଙ୍କ ପ୍ରତ୍ୟକ୍ଷ ନେତୃତ୍ୱରେ ମୋଟ ୧୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ରକ୍ତ ଦାନ ଶିବିରକୁ ସଫଳ କରିବା ନିମନ୍ତେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକାଙ୍କ ସମେତ ସମସ୍ତ କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories