www.samajalive.in
Saturday, December 6, 2025
23.1 C
Bhubaneswar

ବାବା ଧବଳେଶ୍ଵରଙ୍କ ପୀଠରେ ଲାଗି ହେଲା ଗଜଭୋଗ

କଟକ: ବାବା ଧବଳେଶ୍ଵରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ। ରାତି ୨ଟାରୁ ମନ୍ଦିର ଦ୍ଵାରଫିଟା ଯାଇ ମଙ୍ଗଳ ଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାଦେବଙ୍କୁ ମହାସ୍ନାନ କରାଯାଇ ସମସ୍ତ ରୀତିନୀତି ପରେ ଭକ୍ତ ମାନଙ୍କୁ ବାବାଙ୍କ ଦର୍ଶନ ପାଇଁ ଛଡାଯାଇଥିଲା। ହରିହର ବେଶରେ ଭକ୍ତମାନେ ବାବାଙ୍କୁ ଦର୍ଶନ କରୁଛନ୍ତି। ମଧ୍ୟରାତ୍ରରେ ଗଜଭୋଗ ପାଇବା ପରେ ହଜାର ହଜାର ଶ୍ରଦ୍ଧାଳୁ ରାତି ସାରା ଉଜାଗର ରହି ଆଜି ଭୋରରୁ ପ୍ରସିଦ୍ଧ ଗଜଭୋଗ ଏବଂ ତରଣ ପ୍ରସାଦ ପାଇଛନ୍ତି। ଏଥିପାଇଁ ପୂଜକଙ୍କ ପକ୍ଷରୁ ଭୋଗ ବିକ୍ରିର ବ୍ୟବସ୍ଥା କରାଯାଇଛି। ସେପଟେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ପୁଲିସ ବାହିନୀ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ସକାଳୁ ବ୍ୟାରିକେଡରେ ଯାଇ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରୁଥିବା ଦେଖିବାକୁ ମିଳିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories