www.samajalive.in
Monday, December 15, 2025
16.1 C
Bhubaneswar

ଝାଡ଼ଖଣ୍ଡ ନିର୍ବାଚନରେ ୬୪.୮୩% ମତଦାନ: ନଭେମ୍ବର ୨୦ରେ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍

ରାଞ୍ଚି : ଝାଡଖଣ୍ଡ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବୁଧବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ୬୪.୮୩% ମତଦାନ ହୋଇଛି। ଏହି ମତଦାନ ସହିତ ୬୮୨ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ସମସ୍ତ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଥିଲା। ତେବେ ୯୫୦ଟି ବୁଥରେ ଅପରାହ୍ଣ ୪ଟାରେ ଭୋଟ ଗ୍ରହଣ ଶେଷ ହୋଇଥିଲା। ଝାଡଖଣ୍ଡର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସହିତ କେରଳ ୱାୟନାଡ ଲୋକସଭା ଆସନ ସହିତ ୧୦ଟି ରାଜ୍ୟର ୩୧ଟି ବିଧାନସଭା ଆସନର ଉପନିର୍ବାଚନ ପାଇଁ ମଧ୍ୟ ମତଦାନ ଶେଷ ହୋଇଛି। ଏହି ଉପନିର୍ବାଚନର ଫଳ ଉଭୟ ଏନଡିଏ ଓ ଇଣ୍ଡି ମେଣ୍ଟ ପାଇଁ ଶକ୍ତି ପରୀକ୍ଷାର ବିଷୟ। ଉପନିର୍ବାଚନ ଅନୁଷ୍ଠିତ ହୋଇଥିବା ବିଧାନସଭା କ୍ଷେତ୍ର ମଧ୍ୟରେ ରାଜସ୍ଥାନର ୭, ପଶ୍ଚିମବଙ୍ଗର ୬, ଆସାମର ୫, ବିହାରର ୪, କର୍ଣ୍ଣାଟକର ୩, ମଧ୍ୟପ୍ରଦେଶର ୨, ଛତିଶଗଡ, ଗୁଜରାଟ, କେରଳ ଓ ମେଘାଳୟର ଗୋଟିଏ ଲେଖାଏଁ ଆସନ ରହିଛି। ନଭେମ୍ବର ୨୦ରେ ଝାଡଖଣ୍ଡ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହା ସହିତ ଉତ୍ତରପ୍ରଦେଶର ୯, ପଞ୍ଜାବର ୪ ଓ କେରଳ ଗୋଟିଏ ଆସନରେ ଉପନିର୍ବାଚନ ହେବ। ନଭେମ୍ବର ୨୩ରେ ଭୋଟ ଗଣତି ହେବ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories