www.samajalive.in
Sunday, December 7, 2025
26.1 C
Bhubaneswar

ଗଠନ ହେବ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଆନ୍ତଃ ରାଜ୍ୟ ବିବାଦ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ ଏବଂ କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଛି। ଆଲୋଚନାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories