www.samajalive.in
Tuesday, December 9, 2025
16.1 C
Bhubaneswar

ପୋଲାରାଜପୁର ବିଦ୍ୟାଳୟରେ ଶିଶୁଦିବସ ଓ ବିଜ୍ଞାନ ମେଳା ଆୟୋଜିତ

ପାତ୍ରପୁର: ପାତ୍ରପୁର ବ୍ଳକ ପୋଲାରଜପୁର ବିଦ୍ୟାଳୟରେ ଶିଶୁଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ସୁଲୋଚନା ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ତଣ୍ଡିପୁର କ୍ଲଷ୍ଟର ସଂଯୋଜୋକ ପ୍ରଶାନ୍ତ କୁମାର ଦାଶ ମୁଖ୍ୟ ଅତିଥି ଏବଂ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା, ସାଧାରଣ ଜ୍ଞାନ ପ୍ରତିଯୋଗିତା କରାଯାଇଥିଲା। ଏଥି ସହିତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା। କୃଷି ଭିତ୍ତିକ, ସଡ଼କ ସୁରକ୍ଷା, ଆଦର୍ଶ ବିଦ୍ୟାଳୟ, ବାୟୁରେ ଅଙ୍ଗାରକାମ୍ଳ ବୃଦ୍ଧିର କୁପ୍ରଭାବ, ଅଗ୍ନି ଉଦ୍ କିରଣ, ଧ୍ଵନୀ ଓ ଶବ୍ଦ ପ୍ରଦୂଷଣ ଏଭଳି ପ୍ରାୟ କୋଡ଼ିଏ ଗୋଟି ପ୍ରକଳ୍ପ ପ୍ରଦର୍ଶନୀ କରାଯାଇଥିଲା। ବିଜ୍ଞାନ ଶିକ୍ଷକ ଲକ୍ଷ୍ମୀ ନାରାୟଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories