www.samajalive.in
Wednesday, December 10, 2025
26.1 C
Bhubaneswar

ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଦିବସ

କେନ୍ଦୁଝରଗଡ଼: କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଯୋଡା ବ୍ଲକ ଲହଣ୍ଡାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଗୁରୁବାର ଶିଶୁ ଦିବସ ପାଳିତ ହୋଇଯାଇଛି। ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଓ ଦୌରାଜଜ୍‌‌ ଅଶୋକ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣ ସଚିବ ମାମୀ ବେହେରା ଯୋଗଦେଇ ସ୍ୱର୍ଗତଃ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍‌‌ଘାଟନ କରିଥିଲେ। ସଚିବ ଶ୍ରୀମତୀ ବେହେରା ଛାତ୍ରଛାତ୍ରୀ ମାନଙ୍କୁ ଦେଶର ଭବିଷ୍ୟତ ଭାବେ ଅଭିହିତ କରି କିଭଳି ସେମାନେ ଦେଶ ସେବାରେ ନିଜକୁ ବ୍ରତୀ କରିପାରିବେ ସେ ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ। ପ୍ରାଧିକରଣ ସେମାନଙ୍କ ପାଇଁ କିଭଳି ସହାୟତା ପ୍ରଦାନ କରିପାରିବ ଏବଂ ଶିଶୁଙ୍କ ସୁରକ୍ଷା ପାଇଁ ପ୍ରଚଳିତ ପୋକ୍ସୋ ନିୟମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯୋଡା ଥାନା ଅଧିକାରୀ ଲୋକେଶ୍ୱର ସାହୁ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ମଧୁସ୍ମୀତା ସେଠୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶିଶୁ ଦିବସର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories