www.samajalive.in
Monday, December 8, 2025
27.1 C
Bhubaneswar

ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସ ଟ୍ରେନରେ ଅଗ୍ନିକାଣ୍ଡ

ସମାଜ ଡିଜିଟାଲ ଡେସ୍କ: ଭଦ୍ରକର ରମ୍ଭିଳା ନିକଟରେ ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସ ଟ୍ରେନରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ବ୍ରେକ ବାଇଣ୍ଡିଂରେ ନିଆଁ ଲାଗି ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଟ୍ରେନଟି ଯାଉଥିବାବେଳେ ସେଥିରେ ନିଆଁ ଲାଗି ଯାଇଥିଲା। ରମ୍ଭିଳା ନିକଟରେ ଫାଟକ ଜଗୁଆଳି ଏହା ଦେଖିବା ପରେ ଟ୍ରେନକୁ ଅଟକାଯାଇଥିଲା। ଖବର ପାଇ ରେଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ନିଆଁଲିଭା କାର୍ଯ୍ୟ ଚାଲିଥିଲା। ଏହା ପରେ ସ୍ଥିତି ସ୍ଵାଭାବିକ ହେବାରୁ ଟ୍ରେନଟି ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରିଥିଲା।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories