www.samajalive.in
Monday, December 15, 2025
15.1 C
Bhubaneswar

କଟକ ଏସସିବି ପ୍ରସ୍ତୁତ – ଆସନ୍ତା ୩ ମାସରେ ହେବ ହୃତପିଣ୍ଡ ପ୍ରତିରୋପଣ

ଡେସ୍କ: ବହୁ ଦିନର ପ୍ରତୀକ୍ଷା ବାସ୍ତବତାର ରୂପ ନେବାକୁ ଯାଉଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଲିଭର, କିଡ଼ନୀ ଓ ବୋନମ୍ୟାରୋ ପ୍ରତିରୋପଣ ସଫଳତାର ସହ ହୋଇଥିବା ବେଳେ ଆସନ୍ତା ୩ ମାସ ମଧ୍ୟରେ ହୃତପିଣ୍ଡ ପ୍ରତିରୋପଣ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ। ଏସସିବି ମେଡିକାଲର ଭିତ୍ତିଭୂମି ଅନୁଧ୍ୟାନ କରିବା ସହ ସିଟିଭିଏସ୍ ଓପିଡି ଶୁଭାରମ୍ଭ କରି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ହେବ।


ସେ କହିଛନ୍ତି, ଚେନ୍ନାଇର ଏମଜିଏମ ହସ୍ପିଟାଲ ସହାୟତାରେ ଏସସିବି ମେଡ଼ିକାଲରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ। ଏହି କେନ୍ଦ୍ରରେ ରୋଗୀଙ୍କ ସ୍କ୍ରିନିଂ ସହ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କୁ ଚିହ୍ନଟ କରାଯିବ। ଆସନ୍ତା ୩ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ। ଏସସିବି ମେଡ଼ିକାଲର ଡାକ୍ତରଙ୍କ ସହ ଏମଜିଏମ ଟିମ ଡାକ୍ତରମାନେ ସମସ୍ତ ପ୍ରକ୍ରିୟାର ତଦାରଖ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories