www.samajalive.in
Tuesday, December 9, 2025
23.1 C
Bhubaneswar

ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ଅଭିଯୋଗ, ପୁରୀ ବାସେଳିସାହି ଥାନାରେ ଏତଲା

ଭୁବନେଶ୍ବର: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ହୋଇଥିବା ଅଭିଯୋଗ ଆସିଛି। ମହାପ୍ରଭୁଙ୍କ ନାମରେ ଥିବା ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଛି। ଜମିକୁ ଜବରଦଖଲ କରି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ ଅଭିଯୋଗ ହୋଇଛି। ମୋଟ ୧୦୯ଟି ପ୍ଲଟକୁ ବେଆଇନ ଭାବେ ହାତେଇବା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏସବୁ କଦାପି ବରଦାସ୍ତ କରାଯିବନି ବୋଲି ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିବାରୁ ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପୁରୀ ଜିଲାପାଳ ଓ ଏସପିଙ୍କୁ ଅନୁରୋଧ କରିଛନ୍ତି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories