www.samajalive.in
Wednesday, December 10, 2025
16.1 C
Bhubaneswar

୩ ହାତୀ ମୃତ୍ୟୁ ଘଟଣା : ପିସିସିଏଫ୍ କହିଲେ କର୍ମଚାରୀଙ୍କ ତ୍ରୁଟିରୁ ହୋଇଛି ମୃତ୍ୟୁ

ସମ୍ବଲପୁର : ଏକାସଙ୍ଗେ ୩ଟି ହାତୀଙ୍କ ମୃତ୍ୟୁ। ସମ୍ବଲପୁର ନାକଟିଦେଉଳ ରେଞ୍ଜ ବୁରମାଳ ଜଙ୍ଗଲରୁ ୩ଟି ହାତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁଇଟି ବଡ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଦ୍ୟୁତ୍ ଆଘାତରେ ହାତୀ ମାନଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଖବର ପାଇ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ହାତୀ ମୃତ୍ୟୁ ଖବରକୁ ଅତି ଦୁର୍ଭାଗ୍ୟଜନକ କହିଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ। ହାତୀ ମୃତ୍ୟୁରେ ବନ ବିଭାଗର ପାଟ୍ରୋଲିଂ କର୍ମଚାରୀଙ୍କ ତ୍ରୁଟି ରହିଛି। ଶିକାର ପାଇଁ ବିଛା ଯାଇଥିବା ତାରରେ ୩ ହାତୀଙ୍କ ମୃତ୍ୟୁ ହୋଇଛି। ସିସିଏଫ୍ ଏବଂ ଆରସିସିଏଫ୍ ଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଛି। ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories