www.samajalive.in
Friday, December 12, 2025
16.1 C
Bhubaneswar

ଏହି ରାଶିର ଲୋକେ ନୂଆ କାରବାର କରିବା ସହ ଆର୍ଥିକ ଲାଭ ପାଇବେ

ମେଷ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଭକ୍ତିପୂତ ଆଦର, ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପ୍ରାପ୍ତ ହେବେ।
ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସତ୍‌ପରାୟଣ ହେବେ। କର୍କଟ:କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ସମସ୍ତଙ୍କ ପ୍ରିୟ ହେବେ।
ସିଂହ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମଠ ହେବେ। କନ୍ୟା:କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଦାୟକ ହେବ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। ସତର୍କତାର ଦିନ ଆଜି। ଯଶସ୍ବୀ ହେବେ।
ତୁଳା: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।
ବିଛା: ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ସତର୍କ ରହିଲେ ବିପଦ ଟଳିଯିବ। ସେବାରେ ନିଜକୁ ସମର୍ପିତ କରିବେ।
ଧନୁ: ଜଣେ ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂର ବିନାଶ ଘଟିବ।
ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃତ୍ବର ବନ୍ଧନ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନ ସେବାମୂଳକ ହେବ।

କୁମ୍ଭ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପ୍ରବାହିତ ହେବ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିସମ୍ପନ୍ନ ହେବେ।
ମୀନ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ସୁଖ ମିଳିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories