www.samajalive.in
Sunday, December 7, 2025
14.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ଦେ’ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ବ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଯେତେବେଳେ କଟକ ଗସ୍ତରେ ଯାଆନ୍ତି, ସେତେବେଳେ ସେ ଅସୁସ୍ଥ ସମୀର ଦେ’ଙ୍କୁ ଭେଟିଥା’ନ୍ତି। ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବାବେଳେ ସମୀର ଦେ’ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories