ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
କଟକ: ଆଜି ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ସମୀର ଦେ’ଙ୍କ ଦେହାନ୍ତରେ ଆଜି ଦିନକ ପାଇଁ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖାଯିବ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ୬୮ ବର୍ଷ ବୟସରେ କଟକର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ସ୍ବର୍ଗତ ଦେ’ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି।
Comments are closed.