www.samajalive.in
Sunday, December 14, 2025
26.1 C
Bhubaneswar

ଓଲଟିବା ପରେ ଜଳିଗଲା ଭ୍ୟାନ୍ : ଗୋରୁ ଜୀବନ୍ତ ଦଗ୍ଧ

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଠାକୁରମୁଣ୍ଡା ଅଞ୍ଚଳରୁ ରାତିରେ ଗୋରୁ ଚୋରା ଚାଲାଣ କରୁଥିବା ଏକ ପିକଅପ୍ ଗାଡ଼ି ରାସ୍ତାକଡ଼କୁ ଓଲଟି ପଡ଼ିବା ଫଳରେ ଭ୍ୟାନଟି ସମ୍ପୂର୍ଣ୍ଣ ଜଳିଯାଇଛି। ଗାଡ଼ିରେ ସମୁଦାୟ ୮ଟି ଗୋରୁ ଥିବାବେଳେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ୪ଟି ଗୋରୁଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।  ସେପଟେ ଦୁର୍ଘଟଣା ଘଟିବା ପରେ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। 

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories