www.samajalive.in
Saturday, December 13, 2025
23.1 C
Bhubaneswar

ବ୍ଲକ୍ ସ୍ତରୀୟ  ‘ସରଗୀ ଫୁଲ’ କାର୍ଯ୍ୟକ୍ରମ ଉଦଯାପିତ 

ରାଇକିଆ : ରାଇକିଆ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ ପରିସର ରେ  ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ ସରଗିଫୁଲ’ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ବ୍ଲକର ବିଭିନ୍ନ ଆବାସିକ ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ  ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଉର୍ମିଳା ପ୍ରଧାନ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ । ଏହି ଅବସର ରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ଛାତ୍ରୀଛାତ୍ରଙ୍କୁ ନେଇ କୁଇଜ, ଚିତ୍ରାଙ୍କନ, ରଚନା, ବକ୍ତୃତା ଆଦି ପ୍ରତିଯୋଗିତା କରାଯାଇ ଥିଲା । ଛାତ୍ରଛାତ୍ରୀଙ୍କ ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା ପାଇଁ ମନୋନୀତ କରାଯାଇ ଥିଲା।
ଉଦଯାପନି କାର୍ଯ୍ୟକ୍ରମ ରେ ଅତିଥି ଭାବେ ରାଇକିଆ ସମିତି ଅଧ୍ୟକ୍ଷ ପ୍ରିତମ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିମାଞ୍ଚଳ ମଣ୍ଡଳ, ଜିଲ୍ଲା ପରିଷଦ ସଭ୍ୟ ସତ୍ୟବାନ୍ ପାତ୍ର, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଦଡ଼ିଙ୍ଗିଆ ସମିତି ସଭ୍ୟ ପ୍ରଦିପ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସରସ୍ୱତୀ ପ୍ରଧାନ ଯୋଗଦେଇଥିଲେ । ଅଧ୍ୟକ୍ଷ ଜଗଦୀଶ ମହାକୁଡ କାର୍ଯ୍ୟକ୍ରମ ପରିଚାଳନା ଓ ସଂଯୋଜନା କରିଥିଲେ ।ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସହୋଯୋଗ କରିଥିଲେ।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories