www.samajalive.in
Tuesday, December 9, 2025
17.1 C
Bhubaneswar

କରାପଲ୍ଲୀ ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଓ ଅଭିଭାବକ ବୈଠକ 

ଗୋପାଳପୁର : କରାପଲ୍ଲୀ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଆଜି ଅପରାହ୍ନରେ ଶିକ୍ଷକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ଅଧ୍ୟକ୍ଷ ବିଭୂତି ଭୂଷଣ ଶତପଥୀ ଅଧ୍ୟକ୍ଷତା କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଦିଗ ଦର୍ଶନ ଦେବା ସହ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ଭଲ ପାଠ ପଢ଼ି ଉତ୍ତମ ପ୍ରଦର୍ଶନ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ଅଭିଭାବକ ମାନେ ଛାତ୍ରଛାତ୍ରୀଙ୍କୁ ପାଠପଢ଼ା ଉପରେ ଧ୍ୟାନ ଦେବା କହିବା ସହ କିପରି ଭଲ ଫଳାଫଳ କରିବେ ସେଥି ପ୍ରତି ଦୃଷ୍ଟି ଦେବେ ବୋଲି କହିଥିଲେ । ଏହି ଅବସରରେ ଅଧବାର୍ଷିକ ପରୀକ୍ଷାର ଫଳାଫଳ ଘୋଷଣା କରିବା ସହ ପୁରସ୍କାର ବିତରଣ କରାଯାଇଥିଲା । ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ପର୍ଯ୍ୟନ୍ତ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପ୍ରତ୍ୟେକ ଶ୍ରେଣୀରେ ଉତ୍ତମ ପ୍ରଦର୍ଶନ କରିଥିବା ଏବଂ ୯୦ ପ୍ରତିଶତରୁ ଉର୍ଦ୍ଧ୍ବ  ମାର୍କ ରଖିଥିବା ଏବଂ ବିଭିନ୍ନ ବିଷୟରେ ୧୦୦ ରୁ ୧୦୦ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଦେଇ ଉତ୍ସlହିତ କରାଯାଇଥିଲା । ଷଷ୍ଠ ଶ୍ରେଣୀର ଛାତ୍ର ପ୍ରଣୟ ପାଣିଗ୍ରାହୀ ଓ ନବମ ଶ୍ରେଣୀର ଛାତ୍ର ସମ୍ୟକ ରଞ୍ଜନ ପାତ୍ରଙ୍କୁ ସର୍ବୋତ୍ତମ ପ୍ରଦର୍ଶନ କରିଥିବାରୁ ପୁରସ୍କୃତ କରାଯାଇଥିଲା । ଏହି ବୈଠକରେ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories