www.samajalive.in
Monday, December 8, 2025
17.1 C
Bhubaneswar

କଟନିଛଟନି ରହିତ ଧାନ ସଂଗ୍ରହ ଆମର ମୂଳ ଲକ୍ଷ୍ୟ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଆଜି ପୁରୀ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି (ଖରିଫ ବିପଣନ ବର୍ଷ ୨୦୨୪-୨୫)ର ବୈଠକରେ ମାନନୀୟା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ଚାଷୀ ମାନଙ୍କଠାରୁ କିପରି ସୂଚାରୁ ରୂପେ ଧାନ ସଂଗ୍ରହ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ପୁରୀ ଜିଲ୍ଲାରେ ଆସନ୍ତା ୨ ତାରିଖରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାରୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ଏବଂ ଅଧିକରୁ ଅଧିକ ଧାନ ସଂଗ୍ରହ ହୋଇ ପାରିବ ସେନେଇ ଚାଷୀଙ୍କୁ ସଚେତନ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । କଟନିଛଟନି ରହିତ ଧାନ ସଂଗ୍ରହ ରାଜ୍ୟ ସରକାରଙ୍କର ମୂଳ ଲକ୍ଷ୍ୟ ଏଣୁ ସମସ୍ତ ଧାନ କ୍ରୟ କେନ୍ଦ୍ରରେ CCTV ଲଗାଯିବା ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

- Advertisement -

ରାଜ୍ୟ ସରକାର ଧାନ କ୍ଵିଣ୍ଟାଲ ପିଛା ଚାଷୀ ମାନଙ୍କୁ ୩୧୦୦ ଟଙ୍କା ପ୍ରଦାନ କରିବେ। ଯଦି କୌଣସି ଚାଷୀଙ୍କର ଟୋକନ ଅବଧି ଶେଷ ହୋଇଯାଏ ତେବେ ଜିଲ୍ଲାପାଳ ଆଉ 7 ଦିନପାଇଁ ଟୋକନର ଅବଧି ବୃଦ୍ଧି କରିପାରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ବୈଠକରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories