www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଦେହଜନକ ଭାବେ ଦୁଇ ଜଣଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଜଗସିଂହପୁର : ଜଗସିଂହପୁର ତିର୍ତ୍ତୋଲ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିରସ୍ତା ଗାଁରେ ସନ୍ଦେହଜନକ ଭାବେ ଦୁଇ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖାଦ୍ୟ କିମ୍ବା ପାନୀୟରେ ବିଷକ୍ରିୟା ଯୋଗୁଁ ମୃତ୍ୟୁ ହୋଇଥିବାର ସନ୍ଦେହ କରାଯାଉଛି। ମୃତକ ଦୁଇ ଜଣ ବିଭୁତି ସାମଲ ଏବଂ ଗୋପବନ୍ଧୁ ସାମଲ ବୋଲି ଜଣାପଡିଛି। ଉଭୟ ସମ୍ପର୍କରେ ଦାଦା ପୁତୁରା। ହଟାତ୍ ଉଭୟ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ପାଟକୁରା ଏବଂ ପରେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories