www.samajalive.in
Monday, December 15, 2025
15.1 C
Bhubaneswar

ବ୍ଲକସ୍ତରୀୟ ସରଗି ଫୁଲ ମହୋତ୍ସବ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନେଡିପଦର ପରିସରରେ ବ୍ଲକ ସ୍ଥରୀୟ ସର୍ଗି ଫୁଲ ମହୋତ୍ସବ ଅନୁଷ୍ଠିତ ହୋଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପ୍ସିତା ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନେଡିପଦର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫିରିଙ୍ଗିଆ ର ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ବେହେରା, ଗୋଚ୍ଛା ପଡା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ କୁମାର ସାହୁ, ଦାମିଙ୍ଗିଆ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପର୍ଶୁରାମ କହଁର, ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବକ୍ତୃତା, ସୃଜନାତ୍ମକ ଲିଖନ, କୁଇଜ ଚିତ୍ରାଙ୍କନ, ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀ ମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories