www.samajalive.in
Sunday, December 14, 2025
16.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର

ସିମୁଳିଆ : ଅଜଣା ଗାଡି ଧକ୍କାରେ ଜୈନିକ ବୃଦ୍ଧ ଗୁରୁତର ଅବସ୍ଥାରେ ପ୍ରଥମେ ସିମୁଳିଆ ପରେ ଅଧିକ ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଅସ୍ତିଆ ଅଞ୍ଚଳର ପୋଟୁ ଦ୍ବିବେଦୀ ଜାମ୍ମୁଝାଡ଼ିରୁ ସଉଦା କିଣି ଘରକୁ ଫେରୁଥିବା ସମୟରେ ଅସ୍ତିଆ କେନାଲ ନିକଟରେ ଅଜଣା ଗାଡି ଧକ୍କା ଦେବା ଫଳରେ ପୋଟୁ କେନାଲ ନୟନ ଜୋରୀକୁ ଛିଟିକି ପଡିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଦେଖି ସମାଜସେବୀ ଉମେଶ ନାୟକକୁ ଖବର ଦେଇଥିଲେ । ଖବର ପାଇ ଉମେଶ ବୃଦ୍ଧକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସିମୁଳିଆ ସ୍ବାସ୍ଥ୍ୟକେନ୍ଦ୍ର, ଅଧିକ ଗୁରୁତର ହେବାରୁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଖବର ପାଇ ସିମୁଳିଆ ପୁଲିସ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।

ବୁଧ କରିବେ ଓଲଟା ଚଳନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ ହିଁ ଧନ.. 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories