www.samajalive.in
Tuesday, December 9, 2025
17.1 C
Bhubaneswar

ବେଦାନ୍ତ ଲିମିଟେଡ ପକ୍ଷରୁ ଦ୍ଵିତୀୟ ପର୍ଯ୍ୟାୟ ମୋତିଆବିନ୍ଦୁ ଚିକିତ୍ସା ଶିବିର

ଲାଞ୍ଜିଗଡ: ଲାଞ୍ଜିଗଡସ୍ଥିତ ବେଦାନ୍ତ ଲିମିଟେଡ଼ ସିଏସଆର ବିଭାଗ ତଥା ବେଦାନ୍ତ ହସ୍ପିଟାଲର ମିଳିତ ଉଦ୍ୟମରେ ଦ୍ଵିତୀୟ ପର୍ଯ୍ୟାୟ ମୋତିଆବିନ୍ଦୁ ଚିକିତ୍ସା ଶିବିର ଉଦଘାଟିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ସିଏସଆର ବିଭାଗ ମୁଖ୍ୟ ଶିଶିର ତରଫଦାର, ବେଦାନ୍ତ ଲିମିଟେଡ଼ ମୁଖ୍ୟ ଚିକିତ୍ସାଧିକାରୀ ଡା. ଅକ୍ଷୟ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ବେଦାନ୍ତ ହସ୍ପିଟାଲ ମୁଖ୍ୟ ପରିଚାଳନା ଅଧିକାରୀ ଅମର କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ୪୪ ଜଣ ରୋଗୀଙ୍କୁ ଚିହ୍ନଟ କରାଯିବା ସହିତ ଅସ୍ତ୍ରୋପଚାର ପାଇଁ ଭବାନୀପାଟଣାସ୍ଥିତ ଶ୍ରୀ ଜଗନ୍ନାଥ ନେତ୍ରାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଶିବିର ପରିଚାଳନାରେ ବେଦାନ୍ତ ଲିମିଟେଡ଼ ସିଏସଆର ବିଭାଗ ଓ ବେଦାନ୍ତ ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରମୁଖ ସହଯୋଗ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories