www.samajalive.in
Friday, December 5, 2025
27.1 C
Bhubaneswar

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ, ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

ସମାଜ ଡିଜିଟାଲ ଡେସ୍କ: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସମାରୋହ ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପାଳିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। କଟକ ସାଂସଦ ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନାର୍ଥେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଛି। ଏଥିସହ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ମଧ୍ୟ ଉନ୍ମୋଚନ କରାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories