www.samajalive.in
Tuesday, December 9, 2025
16.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲ୍‌‌ 

କେନ୍ଦୁଝରଗଡ଼: ଜଣେ ୧୫ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ବିଦେଶିଆ ପ୍ରଧାନକୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨) ଜଣେ ୧୫ବର୍ଷର ନାବାଳିକାକୁ ଅପହରଣ ପରେ ବିବାହ କରି ଦୁଷ୍କର୍ମ କରିଆସୁଥିବା ନେଇ ଚାଇଲ୍ଡଲାଇନ ଟିମ୍‌‌ ଲିଡର ସୁକାନ୍ତି ପାତ୍ର ଜାଣିବା ପରେ ୨୦୨୦ ମସିହା ମେ’ ୩୧ ତାରିଖରେ ସମ୍ପୃକ୍ତ ନାବାଳିକାକୁ ପ୍ରଥମେ ଉଦ୍ଧାର କରି ଏ ସମ୍ପର୍କରେ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୁଲିସ ପକ୍ଷରୁ ଅଭିଯୁକ୍ତ ବିଦେଶିଆକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ମୋଟ ୧୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଅଭିଯୁକ୍ତ ବିଦେଶିଆକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରଦାନ ନିମନ୍ତେ ମଧ୍ୟ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେଶାଲ ପି.ପି ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories