www.samajalive.in
Sunday, December 14, 2025
26.1 C
Bhubaneswar

ବଣାଇ କାରାଗାରରେ ବିଚାରାଧୀନ କଏଦୀ ମୃତ

ବଣାଇ: ବଣାଇ ସ୍ବତନ୍ତ୍ର ଉପ କାରାଗାରରେ ହତ୍ୟା ମାମଲାରେ ବିଚାରଧୀନ ଥିବା ଜଣେ କଏଦୀର ଆଜି ସକାଳେ ମୃତ୍ୟୁ ଘଟିଛି। ଘଟଣାରୁ ପ୍ରକାଶ ଯେ କେ.ବଲାଙ୍ଗ ଥାନା ଅଞ୍ଚଳର ଜୋହନ ମିଞ୍ଜ(୬୩)ଏବଂ ତାଙ୍କ ପୁଅ ଏକ ହତ୍ୟା ମାମଲାରେ ବଣାଇ କାରାଗାରରେ ବିଚାରାଧୀନ କଏଦୀ ଭାବେ ରହୁଥିଲେ। ବାପାର ବୟସାଧିକ ଦୁର୍ବଳତା ଯୋଗୁଁ ପୁଅ ତାଙ୍କର ସମସ୍ତ ସେବା କରୁଥିଲେ। ଗୁରୁବାର ସକାଳେ ହଠାତ୍ ଜେଲ୍ ହାଜତରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏହା ଦେଖି ଜେଲ୍ କର୍ମଚାରୀ ତାଙ୍କୁ ତୁରନ୍ତ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ କେଉଁ କାରଣରୁ ହଠାତ୍ ତାଙ୍କର ମୃତ୍ୟୁ ଘଟିଲା ତାହା ଅସ୍ପଷ୍ଟ ରହିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories