www.samajalive.in
Monday, December 15, 2025
16.1 C
Bhubaneswar

ସିକଲସେଲ ରୋଗ ବିଷୟରେ ସଚେତନତା ଶିବିର

କନ୍ଧମାଳ: ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସିକଲ ସେଲ ରୋଗ ବିଷୟରେ ଏକ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ସଭାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅନୁଶୀଲା ରୟ, ଫୁଲବାଣୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଶ୍ରୀ ସନ୍ତୋଷ କୁମାର ପାଢୀ, ସିକଲ ସେଲ ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତି ରଞ୍ଜନ ବେହେରା, ଖଜୁରୀପଡା ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ମନୋଜ କୁମାର ସାହୁ, ଆଇନଜୀବୀ ତୁଷାରକାନ୍ତ ନାୟକ, ପାରା ଲିଗାଲ ସ୍ବେଚ୍ଛାସେବୀ ଉପସ୍ଥିତ ଥିଲେ। ସଚେତନତା ଶିବିରରେ ସିକିଲ ସେଲ ରୋଗର କାରଣ, ଲକ୍ଷଣ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉପଲବ୍ଧ ଥିବା ଚିକିତ୍ସା ବ୍ୟବସ୍ଥା ଓ ସରକାରଙ୍କ ଦ୍ବାରା ଦିଆଯାଉଥିବା ସହାୟତା ବିଷୟରେ ଆଲୋଚନା କରାଯାଇଥିଲା।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories