www.samajalive.in
Tuesday, December 9, 2025
26.1 C
Bhubaneswar

ବସ-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ଗାର୍ଲଡିନ ମଣ୍ଡଳ ଅନ୍ତର୍ଗତ ଥାଲାଗାସପାଲ୍ଲେ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଏବଂ ଅଟୋ ମଧ୍ୟ​‌ରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସ୍ଥାନୀୟ ପୁଲିସ ସୂଚନା ଅନୁସାରେ, ଏକ ଅଟୋରେ ୧୨ ଜଣ ଶ୍ରମିକ କାର୍ଯ୍ୟ କରିବାକୁ ଯାଉଥିଲେ। ସେମାନେ ସମସ୍ତେ କୁଟ୍ଟଲୁରୁ ମଣ୍ଡଳ ଅନ୍ତର୍ଗତ ନେଲ୍ଲୁତଲା ଗ୍ରାମର। ଥାଲାଗାସପାଲ୍ଲେ ନିକଟରେ ଏହି ବସ ଅଟୋଟିକୁ ସାମ୍ନା ପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୯ ଆହତଙ୍କୁ ଡାକ୍ତରଖାନା ନିଆଯିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ବାଟରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଜଣଙ୍କର ଚିକିତ୍ସାଧୀନ ଅବସ୍ଥା​‌ରେ ମୃତ୍ୟୁ ହୋଇଥିଲା।

Hot this week

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

Related Articles

Popular Categories