www.samajalive.in
Saturday, December 6, 2025
26.1 C
Bhubaneswar

ବୃଦ୍ଧା ମାଆକୁ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ : ଅଭିଯୁକ୍ତ ଅଟକ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଟାଉନ ତାନା ସୁସୁଗା ଗାଁରେ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାରୁ ବୃଦ୍ଧା ମାଆକୁ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ। ମୃତକ ଲତା ନାୟକ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଶନିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ମାଆ ଲତା  ଏବଂ ତାଙ୍କ ପୁଅ ସରୋଜଙ୍କ ମଧ୍ୟ ବଚସା ହୋଇଥିଲା। କ୍ରମଶଃ ଏହା ଉଗ୍ରରୂପ ଧାରଣ କରିଥିଲା। ପରେ ପୁଅ ସରୋଜ ଉତ୍ତ୍ୟକ୍ତ ହୋଇ ଲତାଙ୍କୁ ଏକ ବାଡିରେ ପିଟି ପିଟି ଅତି ନୃଶଂସ ଭାବରେ ହତ୍ୟା କରିଥିଲା। ପରେ ଖବର ପାଇ ଟାଉନ୍ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ କୁ ଅଟକ ରଖି ଅଧିକ ପଚରାଉଚରା କରିବା ସହ ତଦନ୍ତ ଜାରି ରଖିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories