ଜଙ୍କ ଥାନା ଆଇଆଇସି ନିଲମ୍ବିତ
ଭୁବନେଶ୍ବର: କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନୂଆପଡ଼ା ଜିଲା ଜଙ୍କ ଥାନା ଆଇଆଇସି ଗୁରୁଦେବ କର୍ମିଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏହା ସହ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଆଦେଶ ବଳବତ୍ତର ଥିବା ପର୍ଯ୍ୟନ୍ତ ଶ୍ରୀ କର୍ମି DIG, SWR କୋରାପୁଟଙ୍କ ନିୟନ୍ତ୍ରଣରେ ରହି କାର୍ଯ୍ୟ କରିବେ ବୋଲି ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।
Comments are closed.