www.samajalive.in
Monday, December 8, 2025
27.1 C
Bhubaneswar

ସର୍ବଦଳୀୟ ବୈଠକ ଆରମ୍ଭ : ମଙ୍ଗଳବାରଠୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଆସନ୍ତା ୨୬ ଅର୍ଥାତ୍ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେଉଛି। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୂଖ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଅଡୁଆରେ ପକାଇବା ସମ୍ଭାବନା ରହିଛି। ବିରୋଧୀଙ୍କୁ ଶାସକ ଦଳ କିପରି ମୁକାବିଲା କରୁଛି, ତାହା ଅଧିବେଶନ ଅବଧି ସମୟରେ ସ୍ପଷ୍ଟ ହେବ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories