www.samajalive.in
Saturday, December 6, 2025
17.1 C
Bhubaneswar

ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇ ମୃତ, ଅଭିଯୁକ୍ତ ଅଟକ

ଝାରସୁଗଡା: ଝାରସୁଗୁଡା ଲଖନପୁର ଥାନା କୁଡାଲୋଇ ଗଙ୍ଗାପଡା ଗାଁରେ ଅଭାବନୀୟ ଘଟଣା ଘଟିଛି।  ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ଘଟିଛି। ମୃତକ ସୁନୀଲ ସୋରେନ୍ ବୋଲି ଜଣାପଡିଛି। ସୂଚନା ଅନୁସାରେ ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ବଡ ଭାଇ ସୁନୀଲ ଏବଂ ସାନ ଭାଇ ସୁଶୀଲ ଙ୍କ ମଧ୍ୟ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସାନ ଭାଇ ସୁଶୀଲ ବଡ ଭାଇ ସୁନୀଲଙ୍କୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଫଳରେ ସେ ଗୁରୁତର ହୋଇ ତଳେ ପଡିଯାଇଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଲଖନ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସୁଶୀଲ ସୋରେନ୍ କୁ ଅଟକ ରଖିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories