ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଚାଲିପାରିଲା ନାହିଁ ଗୃହ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଉଭୟ ଗୃହକୁ ବୁଧବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ସୋମବାର ଲୋକସଭା ଓ ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ଦେଖାଦେଇଛି। ଉଭୟ ଗୃହରେ ଆମେରିକାରେ ଗୌତମ ଆଦାନୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ଏବଂ ଉତ୍ତରପ୍ରଦେଶର ସମ୍ଭଲରେ ଘଟିଥିବା ହିଂସା ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରାଯାଇଥିଲା। ଏହି ସମୟରେ ବିରୋଧୀ ସାଂସଦମାନେ ପ୍ରବଳ ହଟ୍ଟଗୋଳ କରିଥିଲେ। ଶେଷରେ ଉଭୟ ଗୃହ ବୁଧବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।
Comments are closed.