www.samajalive.in
Saturday, December 13, 2025
26.1 C
Bhubaneswar

୧୭୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ

ସମାଜ ଡିଜିଟାଲ ଡେସ୍କ: ୧୭୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ସୋମବାର ଭୁବନେଶ୍ୱରସ୍ଥିତ ହୋଟେଲ ମେଫେୟାରଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନରୁ ଆରମ୍ଭ ହୋଇଥିବା ଏହି ଏକ ଦିବସୀୟ ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ୟୁକୋ ବ୍ୟାଙ୍କର କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି, ଓଡ଼ିଶାର ଅଧ୍ୟକ୍ଷ ବିଜୟ କୁମାର ନିବୃତ୍ତି କାମ୍ବଲେ, ଭାରତୀୟ ରିଜର୍ଭ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରୀୟ ନିର୍ଦ୍ଦେଶକ ଡଃ ଶାରଦା ପ୍ରସନ୍ନ ମହାନ୍ତି, ମହାପ୍ରବନ୍ଧକ, ୟୁକୋ ବ୍ୟାଙ୍କ୍ ଏବଂ ଆବାହକ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି, ଓଡ଼ିଶା ଗୌତମ ପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ବିଭିନ୍ନ ବ୍ୟାଙ୍କର ଉଚ୍ଚ କର୍ତ୍ତୃପକ୍ଷ ଏବଂ ରାଜ୍ୟ ପ୍ରଶାସନର ଉଚ୍ଚ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ବୈଠକରେ ବ୍ୟାଙ୍କର୍ସ କମିଟିର ରହିଥିବା ବିଭିନ୍ନ ଏଜେଣ୍ଡା ବା କାର୍ଯ୍ୟସୂଚୀ ମଧ୍ୟରେ ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଏବଂ ହିତାଧିକାରୀଙ୍କୁ ବ୍ୟାଙ୍କିଂ ସୁବିଧା ପ୍ରଦାନ ସଂପର୍କିତ ବ୍ୟାପକ ଆଲୋଚନା ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories