www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ବଦଳିବ ୫ ରାଶିଙ୍କ ଭାଗ୍ୟ : ମଙ୍ଗଳବାର ରାଶିଫଳ

​ମେଷ: ଭ୍ରାତୃ ସ୍ନେହ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟ ଭାରକୁ କମାଇ ଦେଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସମସ୍ତଙ୍କ ପ୍ରିୟପାତ୍ର ହେବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ମିଥୁନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କର୍କଟ:ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଅନୁଜଙ୍କଠାରୁ ଆଦର ସମ୍ମାନ ପାଇବେ। ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ସର୍ବତ୍ର ବିଜୟୀ ହେବେ।
ସିଂହ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କନ୍ୟା:ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ତୁଳା: କର୍ମଚଞ୍ଚଳ ରହିବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ଓ ଈଶ୍ବର ବିଶ୍ବାସୀ ହେବେ।
ବିଛା:ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ହେବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ।
ଧନୁ: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ବିଭିନ୍ନ ସ୍ତରରୁ ଧନାଗମ ହୋଇପାରେ।
ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଦିନ ଭିତରେ କିଛି ସମୟ ଭୋଗ ବିଳାସରେ କଟାଇ ପାରନ୍ତି। ଜୀବନ ସୁଖସମ୍ବଳପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ସୁସ୍ଥ ଓ ନିରାମୟ ରହିବେ।

- Advertisement -

କୁମ୍ଭ:ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କେବଳ ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ।
ମୀନ: ଜଣେ ସମାଜସେବୀଭାବେ ଆପଣ ସମ୍ମାନିତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି। ପ୍ରତି କ୍ଷେତ୍ରରେ ଜନତାଙ୍କ ପ୍ରିୟପାତ୍ର ହେବେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories