www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ଘଟଣାରେ ଆଇଜରରେ କାର୍ଯ୍ୟରତ କର୍ମଚାରୀଙ୍କ ମୃତ୍ୟୁ

ଗୋପାଳପୁର : ଗୋପାଳପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଲଉଡିଗାଁ ପଞ୍ଚାୟତ ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଆଇଜରରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ  ଭାଗଲପୁର ଥାନା ଅନ୍ତର୍ଗତ ଗଙ୍ଗା ନିଆ ଗାଁର ଗୈାରବ କୁମାର ବୋଲି ଜଣାପଡିଛି। ସୂଚନା ଅନୁସାରେ ଆଇଜରର ନିର୍ମାଣ କାର୍ଯ୍ୟ ନେଇଥିବା ଠିକାଦାରଙ୍କ ନିକଟରେ ବିହାର ଭାଗଲପୁର ଥାନା ଅନ୍ତର୍ଗତ ଗଙ୍ଗା ନିଆ ଗାଁର ଗୈାରବ କୁମାର ନାମକ ଜଣେ ବ୍ୟକ୍ତି କାମ କରି ଆସୁଥିଲେ। ସୋମବାର ସେଠାରେ କାର୍ଯ୍ୟରତ ଥିବା  ଅନ୍ୟ ଜଣେ କର୍ମଚାରୀଙ୍କ ଠାରୁ ଗୌରବ ମୋଟର ସାଇକେଲ  ନେଇ ବ୍ରହ୍ମପୁର ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଫଳରେ ଗୌରବ ଗୁରୁତର ଆହତ ହୋଇଥିଲେ। ପ୍ରଥମେ ତାଙ୍କୁ କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ନିମନ୍ତେ ନିଆଯାଇଥିଲା।  ପରେ ସ୍ବାସ୍ଥ୍ୟବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories