www.samajalive.in
Tuesday, December 9, 2025
17.1 C
Bhubaneswar

ସମ୍ବିଧାନ ଦିବସ ପାଳିତ

ଭବାନୀପାଟଣା: କଳାହାଣ୍ଡିର ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟର ପୁରାତନ ଛାତ୍ର ସଂଘ ତରଫରୁ ମଙ୍ଗଳବାର ୭୫ତମ ସମ୍ବିଧାନ ଦିବସ ବିଶ୍ବବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ବିଶ୍ବବିଦ୍ୟାଳୟ ପରିସରରେ ଥିବା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପୁରାତନ ଛାତ୍ର ସଂଘ ପକ୍ଷରୁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ତଥା ପୁରାତନ ଛାତ୍ରସଂଘ ସଭାପତି ଡଃ ଅଜୟ ମିଶ୍ର ଯୋଗଦେଇ ଭାରତୀୟ ସମ୍ବିଧାନ ଓ ଗଣତନ୍ତ୍ରକୁ ମଜଭୂତ କରିବା ସହ ଏକତା ଓ ଅଖଣ୍ଡତାକୁ ଅକ୍ଷୂର୍ଣ୍ଣ ରଖିବା ପାଇଁଁ ସମସ୍ତେ ସମ୍ବିଧାନର ନୀତି ଓ ଆଦର୍ଶର ଅନୁପାଳନ କରିବାକୁ ଆହ୍ବାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ସଂଘର ସମ୍ପାଦକ ଅବିନାଶ ଠାକୁର, ଯୁବ ନେତା ମଣ୍ଟୁ ନାଏକ, ଧର୍ମେନ୍ଦ୍ର ନାଏକ, ପରମାନନ୍ଦ ମାଝୀ, ବାବା ଅଲି ଖାନ୍, ଡଃ ବିରଞ୍ଚି ମହାପାତ୍ର, ସେଖ ମୁନାବର, ଲାଲ ବାହାଦୁର ନାଏକ, ଭୋଳା ଶଙ୍କର, ମୁନା ବେହେରା ଏବଂ ବିଶ୍ବ ବିଦ୍ୟାଳୟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories