www.samajalive.in
Monday, December 8, 2025
27.1 C
Bhubaneswar

କୁହୁଡି ପାଇଁ ୧୨ଟି ଜିଲାରେ ସତର୍କ ସୂଚନା ଜାରି

ଭୁବନେଶ୍ବର : ସାରା ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି। ଏପରି ପରିସ୍ଥିତି ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ରହିବ ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ଓ ଗୁରୁବାର ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଓ କନ୍ଧମାଳ ଆଦି ୧୨ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏସବୁ ଜିଲାର କିଛି ସ୍ଥାନରେ ଘନ କୁହୁଡିର ଆସ୍ତରଣ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। କିନ୍ତୁ ୨୬ ଓ ୨୭ ତାରିଖରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘନ କୁହୁଡି ଯୋଗୁଁ ଯାତାୟାତ ବାଧା ପ୍ରାପ୍ତ ହେଉଥିବାର ଦେଖିବାକୁ ମିଳିଛି। ଏହାସହ ଅନେକ ସ୍ଥାନରେ କୁହୁଡି ଯୋଗୁଁ ଦୁର୍ଘଟଣା ଘଟୁଥିବାର ଦେଖାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories