www.samajalive.in
Tuesday, December 9, 2025
16.1 C
Bhubaneswar

ସରିଲା ହାତୀ ଗଣନା: ସନ୍ଧ୍ୟା ସୁଦ୍ଧା ପ୍ରକାଶ ପାଇବ ବିସ୍ତୃତ ରିପୋର୍ଟ

ଭୁବନେଶ୍ବର :ସରିଲା ଶୀତକାଳୀନ ହାତୀ ଗଣନା । ଆଜି ସନ୍ଧ୍ୟାସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ପିସିସିଏଫ୍‌ ଡ. ସୁଶାନ୍ତ ନନ୍ଦ। ସେ କହିଛନ୍ତି ଯେ, ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି । ଯେଭଳି କୌଣସି ହାତୀ ଦୁଇ ଥର ଗଣତି ନହୁଏ ସେଥିପାଇଁ ଫିଲ୍ଡ ଡାଟା ସହ ତାଳମେଳ କରାଯାଉଛି । ଜିପିଏସ୍‌ ମାଧ୍ୟମରେ ହାତୀ ସଂଖ୍ୟା ନିର୍ଣ୍ଣୟ କରାଯାଉଛି। ଖରାଦିନେ ହୋଇଥିବା ଗଣନା ବେଳେ ଯେଉଁ ହାତୀଗୁଡ଼ିକ ଅଭୟାରଣ୍ୟ ଭିତରେ ଥିଲେ, ଏବେ ସେଗୁଡ଼ିକ ଜନବସତିମୁହାଁ ହୋଉଛନ୍ତି । ସେସବୁ ତଥ୍ୟ ଏକାଠି କରାଯାଉଛି । ଆଜି ସୁଦ୍ଧା ପ୍ରସ୍ତୁତ ହେବ ସମ୍ପୂର୍ଣ୍ଣ ରିପୋର୍ଟ । ଏହାପରେ ରାଜ୍ୟର ବିଭିନ୍ନ ଜଙ୍ଗଲରେ କେତେ ହାତୀ ଅଛନ୍ତି ଓ ଝାଡ଼ଖଣ୍ଡ, ଛତିଶଗଡ ଏବଂ ପଶ୍ଚିମବଙ୍ଗରୁ କେତେ ହାତୀ ରାଜ୍ୟକୁ ଆସିଛନ୍ତି ସେନେଇ ସଠିକ ତଥ୍ୟ ଆସିପାରିବ। ଗତଥର ଗଣନାରେ ରାଜ୍ୟରେ ୨ହଜାର ୯୮ଟି ହାତୀ ଥିବା ଜଣାପଡ଼ିଥିଲା ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories