www.samajalive.in
Sunday, December 14, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ଜୁନିଅର ଖଣି ଅଧିକାରୀ : ଏକାକାଳୀନ ୭ଟି ସ୍ଥାନରେ ଚଢାଉ

କେନ୍ଦୁଝର: କେନ୍ଦୁଝର ଜୁନିଅର ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ଜୁନିଅର ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର, କେନ୍ଦୁଝର, ଭୁବନେଶ୍ଵର ସମେତ ୭ଟି ସ୍ଥାନରେ ଚଢାଉ କରାଯାଉଛି। ଭୁବନେଶ୍ଵରରେ ୪ ମହଲା କୋଠା, କେନ୍ଦୁଝରରେ ଦୁଇ ମହଲା କୋଠା, ଘସିପୁରା ଫାର୍ମ ହାଉସ୍ ଅଫିସରେ ବି ଭିଜିଲାନ୍ସ ବିଭାଗ ରେଡ୍ କରୁଛି। ଏହି ଚଢାଉରେ ୭ଜଣ ଡିଏସ୍‌ପି, ୫ ଜଣ ଇନ୍‌ସପେକ୍ଟର, ୮ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ରହିଛନ୍ତି ।  ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିନାହିଁ ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories