www.samajalive.in
Monday, December 8, 2025
17.1 C
Bhubaneswar

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ରୌପ୍ୟ ପଦକ ହାସଲ କଲା ଓଡ଼ିଶା ପାଭିଲିୟନ

ଭୁବନେଶ୍ବର : ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ ରୌପ ପଦକ ହାସଲ କରିଛି । ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଙ୍ଗଠନର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ସିଂହ ଖରୋଲାଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ପ୍ରମୁଖ ଆବାସିକ ଆୟୁକ୍ତ ବିଶାଲ ଗଗନ ।

ନଭେମ୍ବର ୧୪ ତାରିଖରୁ ଆରମ୍ଭ ହୋଇ ଆଜି ସମାପ୍ତ ହୋଇଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ୨୫ଟି ସ୍ୱତନ୍ତ୍ର ଷ୍ଟଲ୍ ଖୋଲାଯାଇଥିଲା । ଏଥିରେ ଓଡ଼ିଶାର କଳା କାରିଗରୀ, ହସ୍ତତନ୍ତ, ହସ୍ତଶିଳ୍ପ ସାମଗ୍ରୀ ସହିତ ଜନଜାତି ସଂସ୍କୃତି ଓ କଳାକୃତି ସ୍ଥାନ ପାଇଥିଲା। ମେଳାରେ ଓଡ଼ିଶାର ସ୍ୱତନ୍ତ୍ର ଖାଦ୍ୟରୁଚି ଉପରେ ଗୁରୁତ୍ୱ ଦିଆଯାଇଥିଲା । ଓଡ଼ିଶା ମଣ୍ଡପରେ ଥିବା ଫୁଡ୍ ଜୋନରେ ଓଡ଼ିଶା ପ୍ରସିଦ୍ଧ ରସଗୋଲା ସହ କଟକ ଦହିବରା, ନିମାପଡ଼ା ଛେନାଝିଲ୍ଲି ଏବଂ ନୟାଗଡ଼ ଛେନାପୋଡ଼ ପ୍ରଗତି ମଇଦାନରେ ଓଡ଼ିଶାର ସୁଆଦ ପରିବେଷଣ କରିଥିଲା । ତେବେ ଚଳିତ ଥର ମିଶାଇ ଲଗାତାର ତୃତୀୟ ଥର ପାଇଁ  ଓଡ଼ିଶା ପୁରସ୍କୃତ ହୋଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories