www.samajalive.in
Wednesday, December 10, 2025
16.1 C
Bhubaneswar

ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଝାରସୁଗୁଡ଼ା ଜିଲ୍ଲାପାଳ ଏବୋଲି ସୁନୀଲ ନରବଣେ, ଓପିଜିସିର ବରିଷ୍ଠ ଅଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ ଲିମିଟେଡ଼ ହେଉଛି ଓଡ଼ିଶାର ବୃହତ ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ର । ରାଜ୍ୟର ମୋଟ୍ ବିଜୁଳି ଚାହିଦାର ୩୦ ପ୍ରତିଶତ ଓପିଜିସି ପୂରଣ କରେ । ଏକ ବିଶ୍ଵସ୍ତରୀୟ ସ୍ଵଚ୍ଛ, ନିରାପଦ ଏବଂ ନିର୍ଭରଯୋଗ୍ୟ ଶକ୍ତି ଉତ୍ପାଦନ କରିବାରେ ଓପିଜିସି ପ୍ରତିଶୃତିବଦ୍ଧ । ତାପଜ ବିଦ୍ୟୁତ ଉତ୍ପାଦନ ପରେ ବାହାରୁଥିବା ବର୍ଜ୍ୟ ପରିଚାଳନା ଏବଂ ଖଣି ଖନନ ପରେ ସେହି ଖଣିକୁ ଉଡା ପାଉଁଶ ଦ୍ଵାରା ପୂରଣ କରି ଖାଲି ଖଣିକୁ ପୋତିବା ବିଷୟରେ ବୈଠକରେ ଆଲୋଚନା ହୋଇଥିଲା ।

- Advertisement -

ଫ୍ଲାଏ ଆଶକୁ ବ୍ୟବହାର କରି ଇଟା ତିଆରି କରିବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହି ଇଟାକୁ ପରବର୍ତ୍ତୀ ସମୟରେ ପିଏମ ଆବାସ ଯୋଜନାରେ ତିଆରି ଘରେ ବ୍ୟବହାର କରାଯାଇ ପାରିବ। ସେହିଭଳି ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ପରାମର୍ଶ ଅନୁଯାୟୀ ବାହାରୁଥିବା ବର୍ଜ୍ୟକୁ କୃଷି କ୍ଷେତ୍ରରେ ମଧ୍ୟ ବ୍ୟବହାର କରାଯାଇପାରିବ ।  ଓପିଜିସିର କାର୍ଯ୍ୟକରିବାରେ ଥିବା ପ୍ରତିବନ୍ଧକ ଗୁଡ଼ିକ ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା । ପରବର୍ତ୍ତୀ ସମୟରେ ସେସବୁ ଉପରେ କେନ୍ଦ୍ର ସରକାରଙ୍କ ପ୍ରଦତ୍ତ ନିୟମାବଳୀ ଅନୁଯାୟୀ ପଦକ୍ଷେପ ନିଆଯିବ । ଆଗାମୀ ସମୟରେ ଫ୍ଲାଏ ଆଶକୁ ନେଇ ଏସଓପି  ଅଣାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସିଂହଦେଓ ପ୍ରକାଶ କରିଥିଲେ । ଫ୍ଲାଏ ଆଶ ଦ୍ଵାରା ପୂରଣ ହେଉଥିବା ପୋଖରୀ ଏବଂ ସେହି ଅଞ୍ଚଳରେ ପର୍ଯ୍ୟଟନର ବିକାଶ କରିବାକୁ ସିଂହଦେଓ ପରାମର୍ଶ ଦେଇଥିଲେ ।

ଏହି କ୍ରମରେ ଖଣି ଖନନ ପରେ ଖାଲି ଥିବା ଖଣିଗୁଡ଼ିକୁ ଚିହ୍ନଟ କରିବା ପରେ ଓପିଜିସିରୁ ବାହାରୁଥିବା ଉଡା ପାଉଁଶଦ୍ଵାରା ପୂରଣ କରିବା ଫଳରେ ବର୍ଜ୍ୟ ପରିଚାଳନା ମଧ୍ୟ ହୋଇପାରିବ ଏବଂ ପ୍ରଦୂଷଣ ମାତ୍ରା ହ୍ରାସ କରାଯାଇପାରିବ । ଉଡା ପାଉଁଶ ପୋଖରୀ ନିମନ୍ତେ ଜାଗା ଯୋଗାଇ ଦେବାକୁ ମଧ୍ୟ ଆଲୋଚନା କରାଯାଇଥିଲା । ପ୍ରଥମେ ସେହି ଅଞ୍ଚଳର ଜନସାଧାରଣଙ୍କ ସହ ଆଲୋଚନା କରି ଜାଗା ଯୋଗାଇ ଦେବାକୁ ସୁରେଶ ପୂଜାରୀ ଝାରସୁଗୁଡା ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ ।  ଓପିଜିସି ପକ୍ଷରୁ ମଧ୍ୟ ବର୍ଜ୍ୟ ପରିଚାଳନାକୁ ଗୁରୁତ୍ଵ ଦିଆଯାଉଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories